ଚାରି ମୃତକଙ୍କ ପତିବାରଙ୍କୁ ସମବେଦନା ଜଣାଇଲେ ପୋଲସରା ବିଧାୟକ

0
197

ପୋଲସରା/ବୁଗୁଡା: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ନିର୍ବାଚନ ମଣ୍ଡଳୀର ଚାରି ଜଣ ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ପୋଲସରା ବ୍ଲକ୍ ଅନ୍ତର୍ଗତ ଚିରିକିପଡ଼ା ଶାସନ ଗ୍ରାମର ଲିଙ୍ଗରାଜ ପ୍ରଧାନ (୫୦) ସାପ କାମୁଡ଼ାରେ ମୃତ୍ୟୁ ବରଣ କରିଥିଲେ। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଜୁନ ୧୬ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ବର୍ତ୍ତିନୀ ଗ୍ରାମର ରମେଶ ନାହାକ ( ୪୦) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଜୁନ ୧୭ ତାରିଖ ଦିନ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ସୋରଡ଼ ଗ୍ରାମର ମଣ୍ଟୁ ବେହେରା (୨୦) ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ ଏବଂ ସେହି ଗ୍ରାମର ରେଣୁକା ସେଠୀ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ଦୁଇ ମୃତକଙ୍କ ବାସଭବନକୁ ଜୁନ ୧୭ ତାରିଖ ଦିନ ଯାଇ ମୃତକଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ବିଧାୟକଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଚାରି ମୃତକଙ୍କ ବାସ ଭାବଙ୍କୁ ଯାଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here