ଛତ୍ରପୁର ରେ ଗଞ୍ଜାମ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

0
178

ଛତ୍ରପୁର : ସ୍ଥାନୀୟ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବିଭିନ୍ନ ଅଂଚଳର ଜନ ସାଧାରଣ ମାନେ ଏହି ଶୁଣାଣୀରେ ଯୋଗ ଦେଇ ସେମାନଙ୍କ ଅଭିଯୋଗ ଗୁଡିକ ଜିଲ୍ଲାପାଳଙ୍କ ସହିତ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଭେଟି ଅବଗତ କରାଇଛନ୍ତି । ମୁଖ୍ୟତଃ ବାର୍ଦ୍ଧକ୍ୟ ଭତ୍ତା, ପାନୀୟ ଜଳ ସମସ୍ୟା, ଆବାସ ଗୃହ ଯୋଗାଇବା, ରାସନ କାର୍ଡ ଭଳି ବିଭିନ୍ନ ସାମୁହିକ ଅଭିଯୋଗ ଗୁଡିକ ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଉପସ୍ଥିତ ରହି ଆଜି ୧୪୫ ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥି ମଧ୍ୟରୁ ୧୪୧ ଟି ବ୍ୟକ୍ତିଗତ ହୋଇଥିବା ବେଳେ ୪ ଟି ସାମୁହିକ ଅଭିଯୋଗ ରହିଛି । କେତେକ ଅଭିଯୋଗ ଗୁଡିକର ଆଶୁ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଅଭିଯୋଗ ଗୁଡିକର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୬୪ ହଜାର ଟଙ୍କା ବିଭିନ୍ନ ହିତାଧିକାରୀ ମାନଙ୍କୁ ପ୍ରଦାନ କରାଯାଇଥିବା ବେଳେ ରେଡକ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here