ପଦ୍ମନାଭପୁର ପ୍ରାଥମିକ ବିଦ୍ୟାଳୟରେ ମାଗଣା ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

0
209

ଗଞ୍ଜାମ:ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୁରୁବାର ଦିନ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପୋଷାକ ବଣ୍ଟନ କରାଯାଇଥିବା ଜଣାପଡ଼ିଛି । ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ଦେବୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ବି . କ୍ରିଷ୍ଣାରାଓ ସୁବୁଦ୍ଧି ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ସେହିପରି ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ , ରସାନନ୍ଦ ଘଡେଇ , ବିଦ୍ଯାଳୟ ପରିଚାଳନା କମିଟି ସଭାପତି ବାବୁଲା ସେଠୀ ପ୍ରମୁଖ ମଞ୍ଚାସୀନ ରହିଥିଲେ । ଏହି ଅବସରରେ ବିଦ୍ୟାଳୟରେ ଅଧ୍ୟୟନ ରତ ପ୍ରଥମ ଶ୍ରେଣୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ ୯୬ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ବଣ୍ଟନ କରାଯାଇଥିଲା । ଶେଷରେ ପଦ୍ମନାଭପୁର କ୍ଳଷ୍ଟର ସିଆରସିସି ବଳରାମ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବାସନ୍ତୀ ରଇତ , ରଶ୍ମିତା ବେହେରା , ବନଶ୍ରୀ ଦେବୀ ସମେତ ଅଭିଭାବକ/ ଅଭିଭାବିକା ମାନେ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିଲେ ।

ରିପୋର୍ଟ:କିରଣ ବେହେରା

LEAVE A REPLY

Please enter your comment!
Please enter your name here