ପିଏନୟୁଏ କଲେଜ ପରିସରରେ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ୧୩୯ ତମ ଜୟନ୍ତି ପାଳିତ

0
164

ଛତ୍ରପୁର : ସ୍ଥାନୀୟ ପଣ୍ଡିୟ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ, ସୁସାହିତ୍ୟିକ, ରାଷ୍ଟ୍ରନୀତିଜ୍ଞ ତଥା ଓଡିଶା ବିଧାନସଭାର ପୂର୍ବତନ ବାଚଷ୍ପତି ପଣ୍ଡିତ ନୀଳକଣ୍ଠ ଦାଶଙ୍କ ୧୩୯ ତମ ଜୟନ୍ତି ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ରାଜେନ୍ଦ୍ର କୁମାର ଦାଶଙ୍କ ସଂଯୋଜନା ଏବଂ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ଯୋଗ ଦେଇ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଗୁଣଗାନ କରିବା ସହିତ ଉକ୍ତ ଦିବସର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ଭାବେ ପ୍ରଧ୍ୟାପକ ଭି.ରାଜେନ୍ଦ୍ର ରାଜୁ , ସମ୍ମାନିତ ଅତିଥି ଭାବେ ଆଇନଜିବୀ ବ୍ରଜ ମୋହନ ଆଚାର୍ଯ୍ୟ ଯୋଗଦେଇ ଆଜିର ଦିବସ ଉପରେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ସ୍ମୃତିକୁ ଉଜ୍ଜିବିତ କରିବା ପାଇଁ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରଷ୍କୃତ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟାପକ ସୁର୍ଯ୍ୟ ନାରାୟଣ ଡାକୁଆ, ପ୍ରଦୀପ କୁମାର ପଣ୍ଡା ଓ ଅଧ୍ୟାପିକା ନିଖିଳା ପ୍ରଭା ମିଶ୍ର ଙ୍କ ସମେତ ବହୁ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ମାନେ ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here