ପିପୁଲସ କଲେଜ ଉଚ୍ଚ ମାଧ୍ୟମିକ ବିଭାଗରେ “ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ” ଉଦଘାଟିତ

0
144

ବୁଗୁଡା : ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜ ଉଚ୍ଚ ମାଧ୍ୟମିକ ବିଭାଗରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଡିସେମ୍ବର ୧୩ ତାରିଖ ଦିନ ଉଦଘାଟିତ ହୋଇଯାଇଛି । କଲେଜର ପ୍ରିନ୍ସପାଲ ହରିକୃଷ୍ଣ ନାୟକଙ୍କ ଅଧ୍ୟକ୍ଷତାରେ ଏବଂ ନୋଡାଲ ଅଫିସର ଅଧ୍ୟାପକ ମନୋଜ କୁମାର ଦାଶଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବ ଯୋଗଦେଇ ଉଦଘାଟନ କରିଥିଲେ । ଉଦଘାଟନୀ କାର୍ଯ୍ୟକ୍ରମ ପରେ କ୍ରୀଡା, ସଂସ୍କୃତି ଓ ସାମାଜିକ ବିଷୟକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ୫-ଟି ଅଧୀନରେ ରାଜ୍ୟ ସରକାରଙ୍କ କ୍ରିଡ଼ା ଓ ଯୁବ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଉଚ୍ଚ ମାଧ୍ୟମିକ ଓ ମହାବିଦ୍ୟାଳୟ ସ୍ଥରରେ ପ୍ରତିଯୋଗିତା ହେବା ଦ୍ୱାରା ଛାତ୍ରଛାତ୍ରୀ ବୃନ୍ଦଙ୍କ ମଧ୍ୟରେ ସାମାଜିକ ସଚେତନତା ସୃଷ୍ଟି ହୋଇପାରିବ। ଏଥିପାଇଁ ରାଜ୍ୟ ସରକାର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ସାଂସ୍କୃତିକ ଓ କ୍ରିଡ଼ା କ୍ଷେତ୍ରରେ ୩୭ଟି ପ୍ରତିଯୋଗିତା ଆୟୋଜନ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରାଯାଉଛି । ଏହା ଦ୍ଵାରା ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭା ଚିହ୍ନଟ ହୋଇ ଦେଶ ତଥା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସୁନାମ ଅର୍ଜନ କରିପାରିବେ । ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ ଓ କଲେଜ ପରିଚାଳନା ପରିଷଦର ସଭାପତି ରଜନୀକାନ୍ତ ଭଟ୍ଟ ପ୍ରମୁଖ ଯୋଗଦେଇଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here