ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

0
131

ପୋଲସରା : ପୋଲସରା ବ୍ଲକ ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ପ୍ରିନ୍ସିପାଲ ପ୍ରଦୀପ କୁମାର ପରମଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ଉତ୍ସବରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟକଳାପକୁ ନେଇ ଛାତ୍ରଛାତ୍ରୀ ମଧ୍ୟରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ରାଜ୍ୟ ସରକାର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ସାଂସ୍କୃତିକ ଓ କ୍ରିଡ଼ା କ୍ଷେତ୍ରରେ ୩୭ଟି ପ୍ରତିଯୋଗିତା ଆୟୋଜନ କରି ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଛାତ୍ରୀମାନଙ୍କ ଦ୍ୱାରା ବହୁ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ନଗର ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୂର୍ବତନ ନଗରପାଳ ପ୍ରଫୁଲ୍ଲ କୁମାର ପ୍ରଧାନ, ନାରୀନେତ୍ରୀ କନକ ରାଉତ, ନୋଡାଲ ଅଫିସର ଅଧ୍ୟାପକ ଆଶିଷ କୁମାର ପ୍ରଧାନ, ଡ଼ ରଞ୍ଜିତା କୁମାରୀ ମିଶ୍ର, ସାଂସ୍କୃତିକ କାର୍ଯ୍ୟକ୍ରମ ଦାୟିତ୍ବ ନେଇଥିବା ଅଧ୍ୟାପକ ଭାସ୍କର ସାହୁ, ଶିଶିର କାନ୍ତ ବିଷୋୟୀ, ମନୋଜ କୁମାର ପାଢ଼ୀ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଧନିତ୍ରୀ ନାୟକ, ଜଗନ୍ନାଥ ସୁଆର, ମିନାକ୍ଷୀ ସାହୁ, ମକରଧ୍ବଜ ବରାଡ଼ଙ୍କ ସମେତ ସମସ୍ତ ଅଧ୍ୟାପକ ଓ କର୍ମଚାରୀସହଯୋଗ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରୀଙ୍କୁ ମାନପତ୍ର ପ୍ରଦାନ କରି ସମ୍ମାନିତ କରାଯାଇଥିଲା ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here