ମାଣିତରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ” ଉଦଯାପିତ

0
153

ବୁଗୁଡା : ବୁଗୁଡା ବ୍ଲକର ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ଯୁବ-ଓ” ଏବଂ “ଯୁବ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଚାଲିଥିବା “ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ” ଡିସେମ୍ବର ୩୦ ତାରିଖ ଦିନ ଉଦଯାପିତ ହୋଇଯାଇଛି। “ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ” ର ଉଦଯାପନୀ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ଅନୁପ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ, ଅଧ୍ୟୟନ, କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟ ମାଧ୍ୟମରେ ନିଜର ବିକାଶ ହୋଇପାରିବ ବୋଲି ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ତହସିଲଦାର ତାପସ ରାଉତ, ବୁଗୁଡା ଥାନା ଅତିରିକ୍ତ ଆରକ୍ଷୀ ନିରୀକ୍ଷକ ଶର୍ମିଷ୍ଠା ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ୪୨ ନଂ ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ପ୍ରତିଷ୍ଠାତା ସମ୍ପାଦକ ଗୋପାଳ କୃଷ୍ଣ ମହାରଣା, ସମାଜସେବୀ ଇ.ମଦନ ଗୋପାଳ ଦୋରା, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଖଦାଳ ଖଟେଇ, ପୂର୍ବତନ ସମ୍ପାଦକ ପ୍ରଫୁଲ କୁମାର ପଣ୍ଡା, ସରପଞ୍ଚ ପ୍ରକାଶ ବେହେରା, ସମିତି ସଭ୍ୟ ଜୟଦେବ ପ୍ରଧାନ, ଜୟଦେବ ରାଉତ, ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା ଯୋଗଦେଇଥିଲେ। ନୋଡାଲ ଅଫିସର ଅଧ୍ୟାପକ ଶଙ୍କର ଆଶୀଷ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା କ୍ରୀଡା, ସଂସ୍କୃତି ଓ ସାମାଜିକ କାର୍ଯ୍ୟକ୍ରମରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଅଧ୍ୟାପକ ଦିଲ୍ଲୀପ କୁମାର ଆଚାର୍ଯ୍ୟ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ପ୍ରଜ୍ଞା ପରମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here