ନୂଆଁଗଡ଼ ରେ ଅକ୍ଷତ ଏବଂ ନିମନ୍ତ୍ରଣ ପତ୍ର ବଣ୍ଟନ

0
142

ବେଗୁନିଆପଡା: ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ର ନୂଆଁଗଡ଼ ଗ୍ରାମରେ ଆସନ୍ତା ଜାନୁଆରୀ ୨୨ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଅଯୋଧ୍ୟା ରୁ ଆସିଥିବା ଅକ୍ଷତ ଓ ନିମନ୍ତ୍ରଣ ପତ୍ରକୁ ପ୍ରତ୍ୟେକ ସନାତନୀ ହିନ୍ଦୁ ପରିବାରରେ ପହଞ୍ଚାଇବାର ଅଭିଯାନ ଆରମ୍ଭ ହୋଇଥିଲା । ଏହି ପରିପ୍ରେକ୍ଷୀରେ ନୂଆଁଗଡ଼ ଗ୍ରାମ ସ୍ଥିତ ହନୁମାନ ମନ୍ଦିର ଠାରୁ ଏକ ଭବ୍ୟ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା ସହ ସମସ୍ତ ଗ୍ରାମବାସୀ ଙ୍କୁ ଅକ୍ଷତ ଓ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଥିଲା । ଏଥିରେ ସ୍ଥାନୀୟ ସରପଞ୍ଚ ସମେତ ବିଜେପି ନେତା ପ୍ରତାପ ନାୟକ, ନାରାୟଣ ସୁମନ୍ତରାୟ, ନାରାୟଣ ପ୍ରଧାନ, ପ୍ରଭାତ ସ୍ଵାଇଁ, ଶ୍ରୀକାନ୍ତ ପଣ୍ଡା ସମେତ ଶତାଧିକ ମହିଳା ଓ ପୁରୁଷମାନେ ଯୋଗ ଦେଇଥିଲେ । ଏ ନେଇ ନୂଆଁଗଡ଼ ରେ ଏକ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି ହୋଇଥିଲା ।

LEAVE A REPLY

Please enter your comment!
Please enter your name here