ସୁମଣ୍ଡଳରେ ଅକ୍ଷତ ଏବଂ ନିମନ୍ତ୍ରଣ ପତ୍ର ବଣ୍ଟନ

0
130

ବେଗୁନିଆପଡା : ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ପଞ୍ଚାୟତ ର ବିଭିନ୍ନ ଗ୍ରାମରେ ଆସନ୍ତା ଜାନୁଆରୀ ୨୨ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଅଯୋଧ୍ୟା ରୁ ଆସିଥିବା ଅକ୍ଷତ ଓ ନିମନ୍ତ୍ରଣ ପତ୍ରକୁ ପ୍ରତ୍ୟେକ ସନାତନୀ ହିନ୍ଦୁ ପରିବାରରେ ପହଞ୍ଚାଇବାର ଅଭିଯାନ ଆରମ୍ଭ ହୋଇଥିଲା । ଏହି ପରିପ୍ରେକ୍ଷୀରେ ସୁମଣ୍ଡଳ ର ବିଭିନ୍ନ ଗ୍ରାମରେ ଭବ୍ୟ ଶୋଭାଯାତ୍ରା ରେ ଗ୍ରାମ ପରିକ୍ରମା ସହ ସମସ୍ତ ଗ୍ରାମବାସୀ ଙ୍କୁ ଅକ୍ଷତ ଓ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଥିଲା । ଏଥିରେ କମଳଲୋଚନ ରାଉତ, ଶରତ ଚନ୍ଦ୍ର ପାଣ୍ଡି , ହର୍ଷ ବାରିକ , ଜ୍ଞାନ ପ୍ରସାଦ ପରିଡାଙ୍କ ସହ ଶତାଧିକ ମହିଳା ଓ ପୁରୁଷ ମାନେ ଯୋଗ ଦେଇଥିଲେ ।ଏ ନେଇ ସୁମଣ୍ଡଳରେ ଏକ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି ହୋଇଥିଲା ।

LEAVE A REPLY

Please enter your comment!
Please enter your name here