ମାଣିତରା ମେଡ଼ିକାଲରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର

0
143

ବୁଗୁଡା: ବୁଗୁଡା ବ୍ଲକ ଅନ୍ତର୍ଗତ କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସରକାରୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର / ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ସହଯୋଗରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ହିଂଜିଳିକାଟୁ କାଟୁ ନିକଟସ୍ଥ ସମରଝୋଳ ଶଙ୍କର ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ଚିତ୍ରସେନ, ହୃଷୀକେଶ, ମୌସୁମୀ, କଲ୍ୟାଣି ଓ ଏପିଲ ସାକିଲ ଏହି ଶିବିରରେ ଯୋଗଦେଇ ୬୯ ଜଣ ରୋଗୀଙ୍କ ଚକ୍ଷୁ ପରଦା ପରୀକ୍ଷା କରିଥିଲେ।ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କ ଅସ୍ତ୍ରୋପଚାର କରିବା ପାଇଁ ଶଙ୍କର ଚକ୍ଷୁ ଚିକିତ୍ସାଳୟ ବସ ଯୋଗେ ସମରଝୋଳ ନିଆଯାଇଥିଲା। ଏହି କାର୍ଯ୍ୟକ୍ରମକୁ କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଡାକ୍ତର ଦୟାନିଧି ରାଉତ, ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ସଂଯୋଜକ ଚିତ୍ତରଞ୍ଜନ ପ୍ରଧାନ, ଟେକିନିସିଆନ କାଳୀ ପ୍ରସାଦ ସାହୁ, ଫାର୍ମାସିଷ୍ଟ ସରୋଜ କୁମାର ପଟ୍ଟନାୟକ, ମହିଳା ସ୍ୱାସ୍ଥ୍ୟ କର୍ମୀ କୃଷ୍ଣ ପ୍ରିୟା ପଣ୍ଡା ଓ ଗଙ୍ଗା ସାହାଣୀ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here