ହଂସତୁଳିରେ ଅଗ୍ନିବିପନ୍ନ ପରିବାରଙ୍କୁ ସହାୟତା ପ୍ରଦାନ କଲେ ହରପ୍ରସାଦ

0
133

ବେଗୁନିଆପଡା – ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତ ର ହଂସତୁଳି ଗ୍ରାମରେ ଗତକାଲି ରାତିରେ କୌଣସି କାରଣରୁ ଭୟାଭୟ ଅଗ୍ନିକାଣ୍ଡ ଘଟି ଛକ ସାହିର ଛବିତା ଡାକୁଆ , ରଙ୍କ ଡାକୁଆ, ନାରାୟଣ ଡାକୁଆ , ଅଜୟ ନାୟକ, ପ୍ରଭାକର ନାୟକ ଙ୍କ ଘର ସଂପୂର୍ଣ୍ଣ ଜଳି ପୋଡ଼ି ନଷ୍ଟ ହୋଇଥିବା ବେଳେ ନିଆଁ ଲିଭାଇବା ବେଳେ ଏବଂ ଅଗ୍ନିକାଣ୍ଡ ର ପ୍ରଭାବରେ ତ୍ରିନାଥ ପାତ୍ର ଙ୍କ ଆଜବେଷ୍ଟ ଘର ଟି ମଧ୍ୟ ନଷ୍ଟ ହୋଇ ଯାଇଅଛି । ଏହି ସବୁ ପରିବାର ଗୁଡିକ ଦିନ ମଜୁରିଆ ଶ୍ରେଣୀର ହୋଇ ଥିବା ବେଳେ ସେମାନଙ୍କୁ ସରକାରୀ ସ୍ତରରୁ ହେଉ କିମ୍ବା ଯେ କୌଣସି ବଦାନ୍ୟ ବ୍ୟକ୍ତିବିଶେଷ ମାନେ ସହାୟତା ଯୋଗାଇଦେବା ପାଇଁ ଗ୍ରାମବାସୀ ମାନେ ଅନୁରୋଧ କରିଥିଲେ। । ଏହି ପରିପ୍ରେକ୍ଷୀରେ ଆଜି ଖବର ପାଇ କୋଦଳା ଏନ୍ ଏ ସି ର ପୂର୍ବତନ ଅଧ୍ୟକ୍ଷ ତଥା କବିସୂର୍ଯ୍ଯନଗର ନିର୍ବାଚନମଣ୍ଡଳୀ ର ବରିଷ୍ଠ ବିଜେଡି ନେତା ଶ୍ରୀ ହର ପ୍ରସାଦ ସାହୁ ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ରାଶି ଏବଂ ଖାଦ୍ୟ ସାମଗ୍ରୀ ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here