ନିମୀନା ପଞ୍ଚାୟତରେ “ଆମ ଓଡ଼ିଶା, ନବୀନ ଓଡିଶା” ସଚେତନତା ଶିବିର

0
125

ପୋଲସରା: ପୋଲସରା ବ୍ଲକ ଅନ୍ତର୍ଗତ ନିମୀନା ଗ୍ରାମରେ ଜାନୁଆରୀ ୩୧ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପୋଲସର ବ୍ଲକ ଜିପିଓ ଆଦିତ୍ୟ ନାୟକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ସରପଞ୍ଚ ମାମା ସାହୁ, ସମିତି ସଭ୍ଯା ଉଷାରାଣୀ ସାହୁ, ଜିଲ୍ଲା ପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ ଓ ଝୁନୁ ଦାସ, ଜକର ସରପଞ୍ଚ ଦୀପିକା ବାରିକ, ପୂର୍ବତନ ସରପଞ୍ଚ ବିଜୟ ସ୍ବାଇଁ, ବିପିଏମ୍ ଗଙ୍ଗାଧର ମିଶ୍ର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପଞ୍ଚାୟତ ପିଇଓ ପ୍ରଣୟ ପଟ୍ଟନାୟକ ଓ ଜିଆରଏସ ସୁଲତା ସାହୁ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here