ରୁମାଗଡ ପଞ୍ଚାୟତରେ “ଆମ ଓଡ଼ିଶା, ନବୀନ ଓଡିଶା” ସଚେତନତା ଶିବିର

0
119

ପୋଲସରା: ପୋଲସରା ବ୍ଲକ ଅନ୍ତର୍ଗତ ରୁମାଗଡ ଗ୍ରାମର ହାଇସ୍କୁଲ ପରିସରରେ ଫେବୃଆରୀ ୩ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଜିତୁ ବିଷୋୟୀ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରି ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର ପ୍ରଧାନ, ଜିଲ୍ଲା ପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ ଓ ଝୁନୁ ଦାସ, କନିଷ୍ଠ ଯନ୍ତ୍ରୀ ସରତ କୁମାର ମଲ୍ଲ, ଆଇପିଓ ପୁଷ୍ପାପ୍ରିୟା ବେହେରା, ସୁପରଭାଇଜର ସୁରଭି କୁସୁମ ଦାସ ଯୋଗଦେଇଥିଲେ। ଜିପିଓ ଓ ପଞ୍ଚାୟତ ପିଇଓ ଆଦିତ୍ୟ କୁମାର ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଜିଆରଏସ ଜଗନ୍ନାଥ ମିଶ୍ର ଓ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ୩ ଗୋଟି ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ। ଏହାସହିତ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ପୁରସ୍କାର ପ୍ରଦାନ କରାଯାଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here