ଭାମଶ୍ୟାଳି ପଞ୍ଚାୟତରେ “ଆମ ଓଡ଼ିଶା ନବୀନ ଓଡିଶା” ସଚେତନତା ଶିବିର

0
115

ବୁଗୁଡା: ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଭାମଶ୍ୟାଳି ଗ୍ରାମରେ ଫେବୃୟାରୀ ୩ ତାରିଖ ଦିନ “ଆମ ଓଡ଼ିଶା ନବୀନ ଓଡିଶା” ଆନୁକୂଲ୍ୟରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ଜେନା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହ ଓଡିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ କରିଥିଲେ। ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ. ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନଷ ରଞ୍ଜନ ପ୍ରଧାନ, ଏନ୍ଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷା ଗୀତାଞ୍ଜଳି ପାଢ଼ୀ, ଜିଲ୍ଲା ପରିଷଦ ମେମ୍ବର ଚାନ୍ଦିନୀ ନାୟକ, ସ୍ଥାନୀୟ ସରପଞ୍ଚ ଓ ସମିତି ମେମ୍ବର, ସମାଜସେବୀ ମଦନ ଗୋପାଳ ଦୋରା ଯୋଗଦେଇଥିଲେ। ଜିପିଓ ମନୋଜ କୁମାର ସାହୁ ସଂଯୋଜନା କରିଥିବା ବେଳେ ପଞ୍ଚାୟତର ପିଇଓ ଓ ଜିଆରଏସ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।

ରିପୋର୍ଟ:ସ୍ବରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here