ତାକରଡାରେ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳ ଉତ୍ସବ

0
118

ବୁଗୁଡା: ବୁଗୁଡା ବ୍ଲକ ଅନ୍ତର୍ଗତ ତାକରଡା ଶ୍ରୀ ଶ୍ରୀ ଭଗବତ ସ୍ୱାମୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ର ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ମହାରଣା ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମ ଉପଲକ୍ଷେ ଜୁନିୟର ଓ ସିନିୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡ୍ରଇଂ, ଷ୍ଟୋରି ଟେଲିଙ୍ଗି ଓ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଯୋଗଦେବା ସହ ସହଯୋଗ କରିଥିଲେ। ଶେଷରେ ସାମୁହିକ ଭାବେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here