ଗୋଛାବାଡି ପଞ୍ଚାୟତରେ “ଆମ ଓଡ଼ିଶା, ନବୀନ ଓଡିଶା” ସଚେତନତା ଶିବିର

0
120

ପୋଲସରା : ପୋଲସରା ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମରେ ଫେବୃଆରୀ ୧୦ ତାରିଖ ଦିନ “ଆମ ଓଡ଼ିଶା, ନବୀନ ଓଡିଶା” ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରିବା ସହ ସମସ୍ତେ ଏହାର ସୁଯୋଗ ନେବାପାଇଁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ପୋଲସରା ବ୍ଳକ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା ଏବଂ ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟ ଯୋଗଦେଇଥିଲେ। ଜିପିଓ ଆଦିତ୍ୟ କୁମାର ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।ପିଇଓ ଓ ଜିଆରଏସ ପରିଚାଳନାରେ ସହଯୋଗ କରିଥିଲେ। ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ମହିଳା ଗୋଷ୍ଠୀଙ୍କୁ ବିନା ସୁଧରେ ଋଣ ବାବଦକୁ ଚେକ ପ୍ରଦାନ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here