ବିଜୁ ବାବୁଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

0
125

ପୋଲସରା : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ପାଳନ ଉପଲକ୍ଷେ ପୋଲସରା ଏନ୍.ଏ.ସି. କୋଣାର୍କ କଲ୍ୟାଣ ମଣ୍ଡପରେ ପୋଲସରା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ପ୍ରସ୍ତୁତି ବୈଠକ ମାର୍ଚ୍ଚ ୪ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ। ଆସନ୍ତା କାଲି ଅର୍ଥାତ ମାର୍ଚ୍ଚ ୫ ତାରିଖ ବିଜୁବାବୁଙ୍କ ଜୟନ୍ତୀ କାର୍ଯ୍ୟକ୍ରମକୁ ନେଇ ଉଭୟ ପୋଲସରା ଓ ବୁଗୁଡାର ବ୍ଲକ ଓ ଏନ୍ ଏ ସି ର ଉପସ୍ଥିତ କର୍ମକର୍ତ୍ତା ମାନଙ୍କ ସହିତ ଆଲୋଚନା କରିଥିଲେ। ଏହିବୈଠକରେ ପୋଲସରା ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ପୋଲସରା ଏନ୍.ଏ.ସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୂର୍ବତନ ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ପ୍ରଧାନ, ନଗର ସଭାପତି ରଞ୍ଜିତ ସାହୁ, ଜିଲ୍ଲା ପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ ଓ ଝୁନୁ ଦାସ, ବୁଗୁଡ଼ା ବ୍ଲକ୍ ବିଜେଡି ସଭାପତି ମଦନ ଗୋପାଳ ଦୋରା, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ ପ୍ରିୟଦର୍ଶିନୀ ଆଚାରୀ , ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବୁଗୁଡା ଏନ୍.ଏ.ସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷାଙ୍କ ପ୍ରତିନିଧି ସୁଧାଂଶୁ ଶେଖର ପାଢ଼ୀ, ବୁଗୁଡା ନଗର ବିଜେଡି ସଭାପତି କେ. ତ୍ରିଲୋଚନ ଦୋରା, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ପ୍ରତିନିଧି ଟୁକୁନା ସ୍ୱାଇଁ ଓ ଜିତେନ୍ଦ୍ର ନାୟକ, ଉଭୟ ବ୍ଲକର ସରପଞ୍ଚ, ସମିତି ମେମ୍ବର ଏବଂ ଜନ ପ୍ରତିନିଧି ଓ ବିଜୁ ଜନତା ଦଳ ର ସକ୍ରୀୟ କର୍ମୀମାନେ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଦେଇ ଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here