ମାଣିତରା ମେଡ଼ିକାଲରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର

0
120

ବୁଗୁଡା : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସରକାରୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର / ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଓ ସମରଝୋଳ ଶଙ୍କର ଚକ୍ଷୁ ଚିକିତ୍ସାଳୟ ର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ହିଂଜିଳିକାଟୁ କାଟୁ ନିକଟସ୍ଥ ସମରଝୋଳ ଶଙ୍କର ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ଚିତ୍ରସେନ ଗୌଡ଼, ସାଗର ମହାନ୍ତି, ମେସୋଲନୀ ଓ ରଘୁନାଥ ଏହି ଶିବିରରେ ଯୋଗଦେଇ ୪୨ ଜଣ ରୋଗୀଙ୍କ ଚକ୍ଷୁ ପରୀକ୍ଷା କରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅସ୍ତ୍ରୋପଚାର କରିବା ପାଇଁ ଶଙ୍କର ଚକ୍ଷୁ ଚିକିତ୍ସାଳୟ ବସ ଯୋଗେ ସମରଝୋଳ ନିଆଯାଇଥିଲା। ଚକ୍ଷୁ ପରୀକ୍ଷା ପରେ ୬ ଜଣଙ୍କୁ ମାଗଣା ଚଷମା ପ୍ରଦାନ କରାଯାଇଥିଲା। ଆସନ୍ତା ମାସ ମଇ ୬ ତାରିଖ ଦିନ ୯ ଘଣ୍ଟା ସମୟରେ ଶଙ୍କର ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ପୁଣି ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବ। ଚକ୍ଷୁ ରୋଗୀମାନେ ଏହାର ସୁଯୋଗ ନେବାକୁ ଅନୁରୋଧ କରାଯାଇଛି। ଏହି କାର୍ଯ୍ୟକ୍ରମକୁ କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଡାକ୍ତର ଦୟାନିଧି ରାଉତ, ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ସଂଯୋଜକ ଚିତ୍ତରଞ୍ଜନ ପ୍ରଧାନ, ଟେକିନିସିଆନ କାଳୀ ପ୍ରସାଦ ସାହୁ, ଫାର୍ମାସିଷ୍ଟ ସରୋଜ କୁମାର ପଟ୍ଟନାୟକ, ମହିଳା ସ୍ୱାସ୍ଥ୍ୟ କର୍ମୀ କୃଷ୍ଣ ପ୍ରିୟା ପଣ୍ଡା ଓ ଗଙ୍ଗା ସାହାଣୀ ସହଯୋଗ କରିଥିଲେ।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here