ଏକ ସପ୍ତାହ ମଧ୍ୟରେ ୧୨ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ

0
120

ବୁଗୁଡା ଓ ପୋଲସରା ; ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଏପ୍ରିଲ ୧ ତାରିଖ ଠାରୁ ୭ ତାରିଖ ଏକ ସପ୍ତାହ ମଧ୍ୟରେ ୧୨ ଜଣ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇଥିବା ଜଣାପଡିଛି। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଖରିଡ଼ା ଗ୍ରାମର ରାଜୁ ନାହାକ ( ୩୦) ସୁରାଟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଏପ୍ରିଲ ୧ ତାରିଖ ଦିନ ଯାଇ ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ବୁଗୁଡ଼ା ଏନ.ଏ.ସି ୱାର୍ଡ଼ ନଂ-୧୦ ଗୋଲା ସାହିର ସୁଶାନ୍ତ କୁମାର ବେହେରା (୩୫) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ୧ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଗୋଳାବନ୍ଧ ଗ୍ରାମର ରମେଶ ଜେନା (୪୦) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୧ ତାରିଖ ଦିନ ଯାଇ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ବୁଗୁଡ଼ା ଏନ.ଏ.ସି ଅନ୍ତର୍ଗତ କାଦପଡ଼ା ଗ୍ରାମର କୁମାରୀ ସାହୁ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ୧ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ରୁମାଗଡ଼ ଗ୍ରାମର ପ୍ରଦୀପ ସୁବୁଦ୍ଧି (୪୫) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ୨ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଅରଖପୁର ଗ୍ରାମର ଶାନ୍ତିଲତା ସାହୁ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୨ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ବନ୍ଥପଲ୍ଲୀ ଗ୍ରାମର ସୌରା ଗୌଡ଼ (୪୫) କେରଳରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୨ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ମଥୁରା ଗ୍ରାମର ଭାଷୀ ରାଉତ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୪ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଗ୍ରାମର ବିକାଶ ପାଇଁ ଲୋକମାନଙ୍କ ସହ ଆଲୋଚନା କରିଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମର ସରସ୍ବତୀ ସାହୁ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ।ବିଧାୟକ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ୪ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ଉର୍ମିଳା ଡାକୁଆ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୭ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ଗରେଇଝୁଳି ଗ୍ରାମର ସୁନିଲ୍ କୁମାର ସ୍ଵାଇଁ (୩୦) ଛତିଶଗଡ଼ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଖବର ପାଇ ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୭ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ବ୍ଲକ୍ ଅନ୍ତର୍ଗତ ସୁନାରୀବୁଗୁଡ଼ା ଗ୍ରାମର ଜ୍ୟୋତି ପାତ୍ର (୩୨) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ୭ ତାରିଖ ଦିନ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଏହି ପରି ଜନସମ୍ପର୍କ କାର୍ଯ୍ୟକ୍ରମକୁ ବୁଦ୍ଧିଜୀବୀଙ୍କ ସହ ସାଧାରଣ ଜନତା ଉଚ୍ଚ ପ୍ରଶଂସା କରିଛନ୍ତି।

ରିପୋର୍ଟ:ସ୍ୱରୂପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here