ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଓ ଅନ୍ୟାନ୍ୟ ନେତୃବୃନ୍ଦ

0
785

ନୂଆଦିଲ୍ଲୀ: ଗାନ୍ଧୀ ଜୟନ୍ତୀ ଅବସରରେ ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଘାଟସ୍ଥିତ ସମାଧିସ୍ଥଳରେ ପହଞ୍ଚି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।ଏହା ପୂର୍ବରୁ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି: ୧୫୦ତମ ଜନ୍ମଦିବସ ଅବସରରେ ପ୍ରିୟତମ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି! ମାନବଜାତି ପ୍ରତି ଚିରନ୍ତନ ଅବଦାନ ନିମନ୍ତେ ଆମେ ତାଙ୍କ ପ୍ରତି କୃତଜ୍ଞତା ଜଣାଉଛୁ। ତାଙ୍କର ସ୍ୱପ୍ନକୁ ବାସ୍ତବ ରୂପ ଦେବା ପାଇଁ ଏବଂ ବିଶ୍ୱରେ ଶାନ୍ତି ସ୍ଥାପନ କରିବାକୁ କଠିନ ପରିଶ୍ରମ କରିବାକୁ ଆମେ ପଣ କରୁଛୁ। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜୟ ଘାଟ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କୁ ତାଙ୍କ ଜନ୍ମଦିବସ ଅବସରରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।କଂଗ୍ରେସ ନେତା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଜେପି ନାଡ୍ଡା ମଧ୍ୟ ରାଜଘାଟ ଠାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେମାନେ ବିଜୟ ଘାଟ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କୁ ମଧ୍ୟ ତାଙ୍କ ଜନ୍ମଦିନ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

LEAVE A REPLY

Please enter your comment!
Please enter your name here