ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଚୂଡ଼ାନ୍ତ

0
692

ପୁରୀ : ଆଶ୍ୱିନ ଶୁକ୍ଲ ଏକଦଶୀ ଅର୍ଥାତ୍ ଅକ୍ଟୋବର ୯ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳ ଧୂପ ନୀତି। ଏହା ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଆଶ୍ୱିନ ଶୁକ୍ଲ ଏକାଦଶୀ (ଅକ୍ଟୋବର ୯)ରୁ ଆରମ୍ଭ ହୋଇ କାର୍ତ୍ତିକ ଶୁକ୍ଲ ଦଶମୀ (ନଭେମ୍ବର ୭) ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାପରେ ୫ଦିନ ଧରି ପଞ୍ଚୁକ ଚାଲିବ। ଶୁକ୍ରବାର ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଅନ୍ୟପକ୍ଷରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଦିବା ପହୁଡ଼ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ବିଶେଷକରି ଶନିବାର, ରବିବାର ଏବଂ ସ୍ବତନ୍ତ୍ର ଦିନମାନଙ୍କୁ ବାଦ୍ ଦେଇ ଅନ୍ୟଦିନ ଠାକୁରଙ୍କ ଦିବା ପହୁଡ କରାଯିବାକୁ ଆଲୋଚନା ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ରାତ୍ର ୧୨ଟାରେ ପହୁଡ଼ ନୀତି ସମ୍ପନ୍ନ ହୋଇ ଭୋର ୪ଟାରେ ଦ୍ୱାରଫିଟିବ। ସାଢେ ୪ରେ ଭିତର ଶୋଧ କରାଯାଇ ଭୋର ୫ଟାରେ ମଙ୍ଗଳ ଆଳତି କରାଯିବାକୁ ନୀତି ନିର୍ଘଣ୍ଟ ହୋଇଛି।

LEAVE A REPLY

Please enter your comment!
Please enter your name here