ଦୁଇ ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ୨ ଅଭିଯୁକ୍ତ ଗିରଫ

0
621

ଗଞ୍ଜାମ (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ରବିବାର ଦିନ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପାଟପୁର ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୋଗ ଅନୁସାରେ ଶନିବାର ବିଳମ୍ବିତ ରାତ୍ରିରେ ଘରେ କେହି ନଥିବାର ସୁଯୋଗ ନେଇ ୨ଜଣ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିଲା । ଅଭିଯୋଗ ହେବାପରେ ପାଟପୁର ପୁଲିସ ରବିବାର ସକାଳେ ୨ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରି,ପରେ ଉଭୟଙ୍କୁ ଗିରଫ କରିଥିଲା । ଉଭୟ ନାବାଳିକା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରିବା ପାଇଁ ଡାକ୍ତରଖାନାକୁ ପଠାଯାଇଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି ।

LEAVE A REPLY

Please enter your comment!
Please enter your name here