ଢାବାରୁ ରକ୍ତ ଜୁଡୁବୁଡୁ ଶବ ଉଦ୍ଧାର, ହତ୍ୟା ସନ୍ଦେହ। ତଦନ୍ତ ଜାରି।

0
913

ବ୍ରହ୍ମପୁର (ନ୍ୟୁଜଏକ୍ସଟ୍ରା /ଶକ୍ତିଧର ରାଜଗୁରୁ) : ଢାବା ପରିସରରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତ ଦେହକୁ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି। ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦ ନଗର ଛକ ନିକଟରେ ଥିବା ଶ୍ୟାମା ଢାବାରେ ଆଜି ସକାଳୁ ସକାଳୁ ଜଣେ ଯୁବକଙ୍କ ମୃତ ଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଘଟଣା ସମ୍ପର୍କରେ ଗୋଳନ୍ଥରା ଥାନାକୁ ଖବର ଦେଇଥିଲେ। ଖବର ପାଇ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରି ବ୍ୟବଚ୍ଚେଦ ପାଇଁ ଏମ୍ କେ ସି ଜି ମିଡିକଲକୁ ପାଠାଇଛି। ମୃତ ଯୁବକ ଜଣକ କିଏ ଏବଂ କେଉଁ ପରିସ୍ଥିତିରେ ଢାବା ପରିସରକୁ ଆସିଲା ତାହାର ତଦନ୍ତ ଜାରି ରହିଛି।

LEAVE A REPLY

Please enter your comment!
Please enter your name here