ତାଳସର ଶିଶୁ ମନ୍ଦିର ର ବାର୍ଷିକ ଉତ୍ସବ ପାଳିତ ।

0
566

ଗଞ୍ଜାମ(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଆଜି ଗଞ୍ଜାମ ଜିଲ୍ଲା ତାଳସର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ବିଦ୍ୟାମନ୍ଦିର ସଭାପତି ଜୟରାମ ଭୂୟାଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଦବର ପ୍ରଧାନ , ମୁଖ୍ୟ ବକ୍ତାଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ କମଳ କାନ୍ତ ସାହୁ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ପଣ୍ଡା, ସ୍ଵତନ୍ତ୍ର ଅତିଥି ଭାବେ ବ୍ଲକ ବି ଜେ ଡି ସଭାପତି ବିଜୟ କୁମାର ଦୋରା , ବ୍ଲକ ଉପାଧ୍ୟକ୍ଷ ଭ୍ରମରବର ଭୂୟାଁ , ଜିଲ୍ଲାପରିଷଦ ସଭ୍ୟ ପ୍ରଫୁଲ୍ଲ ଚନ୍ଦ୍ର ତିଆଡ଼ି, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ତ୍ରିନାଥ ଭୂୟାଁ , ପୂର୍ବତନ ସରପଞ୍ଚ ପଦ୍ମ ଚରଣ ସ୍ଵାଇଁ, ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ପରିଡା ପ୍ରମୂଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହ ସାମ୍ପ୍ରତିକ ପରିସ୍ଥିତି ରେ ଶିକ୍ଷା ର ମହତ୍ବ ଏବଂ ଚରିତ୍ର ଗଠନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ଯା ଶ୍ରୀମତୀ ଲୁମ୍ବିନୀ ଦାସ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଦଣ୍ଡ ପାଣି ସୁମନ୍ତରାୟ ଉଚ୍ଚ ବିଦ୍ୟାଳୟ ର ହିନ୍ଦୀ ଶିକ୍ଷକ ସ୍ଵାଗତ ଭାଷଣ ପ୍ରଦାନ ସହ ମଂଚ ପରିଚାଳନା କରିଥିଲେ । ଉପସ୍ଥିତ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାମନ୍ଦିର ସମ୍ପାଦକ ସତ୍ୟବାନ୍ ଜେନା ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଓ ଅଭିଭାବକ ମାନେ ଉପସ୍ଥିତ ଥିଲେ।କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ବିଦ୍ୟାମନ୍ଦିର ର ସମସ୍ତ ଗୁରୁଜୀ, ଗୁରୁମା ଏବଂ ପରିଚାଳନା କମିଟି ର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ । ଶେଷ ରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।

LEAVE A REPLY

Please enter your comment!
Please enter your name here