ଖେମୁଣ୍ଡି ମହୋତ୍ସବ ଉଦଯାପିତ

0
596

ଗଞ୍ଜାମ(ନ୍ୟୁଜଏକ୍ସଟ୍ରା ବ୍ୟୁରୋ): ଦିଗପହଣ୍ଡି ଷ୍ଟାଡିୟମ ଠାରେ ଗତକାଲି ଖେମୁଣ୍ଡି ମହୋତ୍ସବ ଉଦଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ବାଚସ୍ପତି ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ପାତ୍ର, ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ଵାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ଯ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ,ଗଂଜାମ ଜିଲ୍ଲା ପରିଷଦ ଅଧକ୍ଷା ସୋନମ୍ ପଲେଇ, ବିଜେଡ଼ି ନେତା ସୁବାଷ ଚନ୍ଦ୍ର ମହାରଣା, ବ୍ରହ୍ମପୁର ପୂର୍ବତନ ବିଧାୟକ ଡଃ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ଅତିଥି ମାନେ, ବହୁ କଳାକାର ଯୋଗଦେଇଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତ ଙ୍କୁ ବେଶ୍ ମନୋରଞ୍ଜନ କରିଥିଲା ।ଏଥିରେ ବହୁସଂଖ୍ୟକ ଦର୍ଶକ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here