ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବା ସମ୍ପର୍କିତ ବୈଠକ

0
497

ଗଞ୍ଜାମ (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଆଜି ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବା ନିମନ୍ତେ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅନସ୍ଲୋ ହାଇସ୍କୁଲର ଏକ କୋଠାରେ ଅସ୍ଥାୟୀ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ। ଚେୟାର ଟେବୁଲ କିଣିବା ପାଇଁ ୩ ଲକ୍ଷ ଟଙ୍କା କେନ୍ଦ୍ରୀୟ ବିଦ୍ୟାଳୟକୁ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ନୂତନ କ୍ୟାମ୍ପସ ପାଇଁ ୧୦ ଏକର ଜମି ମଞ୍ଜୁର ହୋଇଛି। ଖୁବ୍ଶୀଘ୍ର ଜମି ଚିହ୍ନଟ ହେବ। ଉକ୍ତ ବୈଠକରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ତହସିଲଦାର ନୀଳମାଧବ ଭୋଇ, ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟର ପ୍ରିନ୍ସପାଲ ବିଘ୍ନେଶ୍ୱର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here