ୟେସ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା

0
561

ପୁରୀ (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ବହୁ ବାଦବିବାଦର ଅବସାନ ଘଟି ଶେଷରେ ୟେସ୍ ବ୍ୟାଙ୍କରୁ ଫେରିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଏନେଇ ବିଧାନସଭାରେ ବିରୋଧୀ ଦଳ ନେତା ମାନେ ସରକାରଙ୍କୁ ଦୋଷାରୋପ କରିଥିଲେ l ଇ-ଟ୍ରାନ୍ସଫର ମାଧ୍ୟମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କାକୁ ଏସ.ବି.ଆଈ ର ପୁରୀ ମୁଖ୍ୟ ଶାଖାକୁ ଟ୍ରାନ୍ସଫର୍ କରିଛି ୟେସ୍ ବ୍ୟାଙ୍କ।ମୂଳଧନ ୩୮୯ କୋଟି ଓ ସୁଧ ବାବଦକୁ ପ୍ରାୟ ୮ କୋଟି ୨୩ ଲକ୍ଷ ଟଙ୍କା, ଏମିତି ମୋଟ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କାଙ୍କୁ ଷ୍ଟେଟ୍ ବ୍ୟାଙ୍କରେ ୟେସ୍ ବ୍ୟାଙ୍କ ପକ୍ଷରୁ ଜମା କରାଯାଇଛି। ଏନେଇ ୟେସ୍ ବ୍ୟାଙ୍କ ପକ୍ଷରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖାଯାଇଛି।ବାକି ୧୫୬ କୋଟି ଟଙ୍କାର ଦୁଇଟି ଫିକ୍ସ ଡିପୋଜିଟ ମାର୍ଚ୍ଚ ୩୦ରେ ମାଚ୍ୟୁରିଟି ପରେ ଦିଆଯିବ ବୋଲି ବ୍ୟାଙ୍କ୍ ପକ୍ଷରୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here