ଜନତା କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦେଶବାସୀଙ୍କୁ ନିବେଦନ

0
760

ନୂଆଦିଲ୍ଲୀ (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) :ସାରା ବିଶ୍ୱକୁ କବଳିତ କରିଥିବା ମହାମାରୀ କରୋନା ଭାଇରସ କବଳରୁ ରକ୍ଷା ପାଇବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ଉଦେଶ୍ୟରେ ନିଜର ମତ ପୋଷଣ କରିଛନ୍ତି l ସେ ନିଜର ତିରିଶ ମିନଟ ଭାଷଣରେ କରୋନାରୁ ମୁକ୍ତି ପାଇବା ପାଇଁ କିଛି ଉପଦେଶ ପ୍ରଦାନ କରିଛନ୍ତି l ସେ ମଧ୍ୟରୁ ଜନତା କର୍ଫ୍ୟୁ ଅନ୍ୟତମ l ଏହାକୁ ପାଳନ କରିବାକୁ କେହି ଯେପରି ଭୁଲି ନଯାଆନ୍ତି ସେଥିପାଇଁ ନିବେଦନ କରିଛନ୍ତି l ରବିବାର ସକାଳ ୭ଟାରୁ ରାତି ୯ଟା ଯାଏ ଜନତା କର୍ଫ୍ୟୁ। କରୋନା ମୁକାବିଲା କରିବାକୁ ଯାଇ ଏହି କର୍ଫ୍ୟୁ ବାବଦରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ଆହ୍ୱାନ କରିଛନ୍ତି l

ଏହି କର୍ଫ୍ୟୁ ପାଳନ କରିବା ପାଇଁ ସମସ୍ତ ରାଜ୍ୟ ସରକାରଙ୍କୁ ମଧ୍ୟ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି କର୍ଫ୍ୟୁ ବାବଦରେ ଅବଗତ କରାଇବା ପାଇଁ ପ୍ରତିଦିନ ଅତି କମରେ ୧୦ ଜଣଙ୍କୁ ଫୋନ୍ କରି ସେମାନଙ୍କୁ ‘ଜନତା କର୍ଫ୍ୟୁ’ ଏବଂ କରୋନା ଭାଇରସକୁ ରୋକିବା ପାଇଁ ପଦକ୍ଷେପ ବିଷୟରେ କହିବାକୁ କହିଛନ୍ତି l ସେହିପରି ଅତ୍ୟାବଶ୍ୟକ ସାମଗ୍ରୀ କିଣି ଅଧିକ ମହଜୁଦ ନରଖିବାକୁ ସେ ଆହ୍ୱାନ କରିଛନ୍ତି। ଆବଶ୍ୟକ ପଡ଼ିଲେ ହିଁ ଏ ସମସ୍ତ ସାମଗ୍ରୀ କିଣିବାକୁ କହିଛନ୍ତି।ରାତି ୯ଟାରେ କର୍ଫ୍ୟୁ ଶେଷ ହେଲା ପରେ ବାଲକୋନୀ କିମ୍ୱା ଘର ଆଗରେ ୫ ମିନିଟ୍ ଛିଡ଼ା ହୋଇ ଘଣ୍ଟି, ତାଳି, ଥାଳି ଆଦି ବଜାଇ ଧନ୍ୟବାଦ ଦେବାକୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନତା କର୍ଫ୍ୟୁ ଜନତାଙ୍କ ଦ୍ୱାରା, ଜନତାଙ୍କ ପାଇଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here