ପରୀକ୍ଷା ଫଳ ପ୍ରକାଶନରେ ବିଳମ୍ବ ଯୋଗୁଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ

0
611

ବ୍ରହ୍ମପୁର( ନ୍ୟୁଜଏକ୍ସଟ୍ରା ବ୍ୟୁରୋ)ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଖାମାଖିଆଲି ମନୋଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନିଶ୍ଚିତ ଭିତରକୁ ଠେଲିଯାଇଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ଯୁକ୍ତ ତିନି ଶ୍ରେଣୀର 3ର୍ଡ ସେମିଷ୍ଟର ଓ 2ଣ୍ଡ ସେମିଷ୍ଟରର ବେକ ପେପର ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବାରମ୍ବାର ଦାବି ପରେ କେହି କର୍ଣ୍ଣପାତ କରୁନଥିବା ଅଭିଯୋଗ ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ ସ୍ନାତକୋତ୍ତର ଶ୍ରେଣୀରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଦେଇସାରିଥିବା ଛାତ୍ରଛାତ୍ରୀ ନିଜ ଉଚ୍ଚଶିକ୍ଷାକୁ ନେଇ ଚିନ୍ତାରେ। ଏହାକୁ ନେଇ ଶନିବାର କିଛି କ୍ଷତିଗ୍ରସ୍ତ ଛାତ୍ର ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ ନିକଟରେ ଅଭିଯୋଗ କରିଛନ୍ତି।ଏଥିରେ ହସ୍ତକ୍ଷେପ କରି ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି।

LEAVE A REPLY

Please enter your comment!
Please enter your name here